ଓଡିଶା

ବର୍ଷାରେ ଭିଜିଲା ଟୁଇନ ସିଟି  

(ଭୁବନେଶ୍ୱର) : ଭୁବନେଶ୍ୱରକୁ ମିଳିଲା ତାତିରୁ ବ୍ରେକ୍ । ତାତିର କୋପରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ ବର୍ଷା । ଥଣ୍ଡା ପଡିଲା ଟୁଇନ ସିଟି । ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ ।

ସୂଚନାନୁଯାୟୀ ,  ଆଜି ସକାଳେ ଟ୍ୱିନ ସିଟିରେ ଆକାଶ ମେଘାଚ୍ଛନ ରହିବା ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ୧୦ ତାରିଖ ଯାଏ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଏହାର ପ୍ରଭାବରେ ଆଗାମୀ ୩ରୁ ୪ ଦିନ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବାର ସମ୍ଭାବନା ରହିଛି ।

Related posts

ଅଳିଆଗଦା ନିଆଁରେ ଶିଶୁ କନ୍ୟାର ମୃତ୍ୟୁ

mahabharatanews

ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ

mahabharatanews

ମାଟ୍ରିକ୍ ପରୀକ୍ଷାରେ ଏମଭି–୭୯ର ଛାତ୍ରୀ ଆଖି ମଣ୍ଡଳଙ୍କ ସଫଳତା

mahabharatanews