(ଭୁବନେଶ୍ୱର) : ଆଜି ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର-ବଙ୍ଗୋପସାଗରେର ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ମିଳିଛି ।
ସୂଚନାନୁଯାୟୀ , ରାଜ୍ୟରେ ଆସନ୍ତା ୨ ତାରିଖରୁ ରାଜ୍ୟରେ ବସ୍ତୃତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ୩୧ ତାରିଖ ଦିନ ଢେଙ୍ଗାନାଳ, ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏହି ସମସ୍ତ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, କନ୍ଧମାଳ ଏବଂ କଳାହାଣ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି କିଛି କିଛି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ସୂଚନା ରହିଛି ।
