ଓଡିଶା

ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା

(ଭୁବନେଶ୍ୱର)  : କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଛି । ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୪ ଜିଲ୍ଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ସୂଚନାନୁଯାୟୀ, ୧୫ ଜିଲ୍ଲାରେ ୩୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହେଲେ ୧୭ ତାରିଖ ବେଳକୁ ପୁଣି ରାଜ୍ୟକୁ ତାତି ଫେରିବ । ମେ’ ୧୭ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ବୃଦ୍ଧି ସାଙ୍ଗକୁ ତାତି ଫେରିବା ସମ୍ଭାବନା ରହିଛି। ୨୪ ଘଂଟା ମଧ୍ୟରେ କେନ୍ଦ୍ରାପଡା ରାଜନଗରରେ ସର୍ବାଧିକ ୧୦୧ ମିଲିମିଟର ବର୍ଷା ହୋଇଥିବା ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Related posts

୫୦୮ ଷ୍ଟେସନର ଉନ୍ନତୀକରଣର ; ଓଡ଼ିଶାରୁ ୨୫

mahabharatanews

ଆର୍ଥିକ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଦେଶର ନମ୍ବର-୧ ରାଜ୍ୟ: ଅର୍ଥମନ୍ତ୍ରୀ

mahabharatanews

ଧାରା ୧୪୪କୁ ବେଖାତିର କରି ବେଧଡ଼କ ଚାଲିଛି ବାଲି ଉଠାଣ

mahabharatanews