(ଭୁବନେଶ୍ୱର) : ଆଜିଠୁ ରାଜ୍ୟରେ ବଢିବ ବର୍ଷା । ମଙ୍ଗଳବାରଠୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ବର୍ତ୍ତମାନ ମୌସୁମୀ ନମ୍ନଚାପ ରେଖା ବର୍ତ୍ତମାନ ନିଜର ସ୍ୱାଭାବିକ ଅବସ୍ଥାନଠାରୁ ଉତ୍ତରରେ ରହିଥିବା ଯୋଗୁଁ ରାଜ୍ୟରେ ବର୍ଷାର ପ୍ରକୋପ ରହିଥିଲା । ୧୬ଠାରୁ ବର୍ଷାର ପ୍ରକୋପ ବଢ଼ିବ । ଏହା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ।
ସୂଚନାନୁଯାୟୀ , ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ଆଶଙ୍କା ରହିଛି । ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲା ଗୁଡ଼କୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ଅର୍ଥାତ୍ ୧୬ ତାରିଖ ଦିନ ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ ହୋଇଛି ।