(ଭୁବନେଶ୍ୱର) : ରାଜ୍ୟରେ ଆଗାମୀ ଦୁଇ ଦିନ ବର୍ଷାର ସମ୍ଭାବନା ଅଛି । ୧୭ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସେହିପରି ୧୮ ତାରିଖରେ ଅଧିକାଂଶ ସ୍ଥାନରେ ପାଗ କୋହଲା ରହିବ ଏବଂ ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରାଯାଇଛି । ପଶ୍ଚିମା ବାୟୁ ପ୍ରବାହ ଯୋଗୁ ଦୁଇ ଦିନ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ସୋମବାରଠାରୁ ଉପକୂଳରେ ଶୀତର ପ୍ରଭାବ ସାମାନ୍ୟ କମିଛି । ସେପଟେ କଟକ ଓ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ଯୋଗୁ କମ୍ ଶୀତ ଅନୁଭୂତ ହୋଇଛି ।