ଓଡିଶା

ଆଗକୁ ବଦଳିବ ପାଗ 

(ଭୁବନେଶ୍ୱର)  : ରାଜ୍ୟରେ ବଦଳିଛି ପାଣିପାଗ । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି । ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି । ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ତେବେ ଆହୁରି ଦୁଇରୁ ତିନି ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।  ସେଭଳି ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୂଚନାନୁଯାୟୀ ,  ଗତକାଲି ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତକାଲି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ଫଳରେ ପ୍ରାୟ ୭ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି ।

Related posts

ଫନି ସହାୟତାରେ ମହାଘୋଟଲା ଅଭିଯୋଗ

mahabharatanews

ରାଜ୍ୟରେ ହେବ ୨୦ଟି ସାଇନ୍ସ ପାର୍କ : ରାଜ୍ୟ ସରକାର ବହନ କରିବେ ସମସ୍ତ ଖର୍ଚ୍ଚ 

mahabharatanews

୨ୟ ଦିନରେ ବାଲୁକା ମହୋତ୍ସବ, ପରିବେଶ ସୁରକ୍ଷାର ବାର୍ତ୍ତା

mahabharatanews