ଓଡିଶା

ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ 

(ଭୁବନେଶ୍ୱର) : ଦିନକୁ ଦିନ ରାଜ୍ୟରେ ବଦଳୁଛି ପାଣିପାଗ । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି । ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ ।

ସୂଚନାନୁଯାୟୀ , ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି । ତେବେ ଆହୁରି ଦୁଇରୁ ତିନି ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ଫଳରେ ପ୍ରାୟ ୭ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Related posts

ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ

mahabharatanews

ଆଜିଠୁ ଚାଲିବ ତେଜସ୍ କୋଚ୍ 

mahabharatanews

ମା’ ମଙ୍ଗଳା ଯୁବକ ସଂଘ ପକ୍ଷରୁ ମାସ୍କ ଓ ସାବୁନ୍ ବଣ୍ଟନ

mahabharatanews