ଓଡିଶା

ବର୍ଷା ସମ୍ଭାବନା: ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି 

(ଭୁବନେଶ୍ୱର) : କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି । ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି । ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି ।

ସୂଚନାନୁଯାୟୀ , ତେବେ ଆହୁରି ଦୁଇରୁ ତିନି ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଫଳରେ ପ୍ରାୟ ୭ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି ।

Related posts

ଆଜି ମହାପ୍ରଭୁଙ୍କ ଆଜ୍ଞାମାଳ ଗ୍ରହଣ କରିବେ ହନୁମାନ

mahabharatanews

ମାଟ୍ରିକ ଖାତା ଦେଖା ନେଇ ୩ ଦିନରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

mahabharatanews

ଜୁଲାଇ ଦ୍ୱିତୀୟ ସପ୍ତାହ ଆଡକୁ ରାଜ୍ୟରେ କରୋନା ସଂକ୍ରମଣ କମିପାରେ

mahabharatanews