ଓଡିଶା

ରାଜ୍ୟରେ ବଢୁଛି ତାତି 

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ଗରମ ବୃଦ୍ଧି ପାଇବାରେ ଲାଗିଛି  । ଆଜିଠୁ ହେବ ପ୍ରବଳ ଖରା । ତିନି ଦିନ ଲାଗି ରହିବ ହଟ୍ ଓ୍ବେଦର କଣ୍ଡିସନ୍ । ୪୦ ଡିଗ୍ରୀ ଛୁଇଁପାରେ ତାପମାତ୍ରା । ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଆସନ୍ତା ୧୨ରୁ ୧୩ ତାରିଖ ମଧ୍ୟରେ କିଛି ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ଛୁଇଁପାରେ ।
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ୧୧, ୧୨ ଓ ୧୩ ତାରିଖରେ ଅଧିକ ଖରା ହେବ । କଟକ, ଭୁବନେଶ୍ବର ସମେତ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ପାରଳାଖେମୁଣ୍ଡି, ଟିଟିଲାଗଡ, ଭବାନୀପାଟଣା, ମାଲକାନଗିରି ଓ ନୟାଗଡ ଭଳି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିପାରେ ବୋଲି ଆକଳନ କରାଯାଇଛି । ସେହିପରି ୧୪ ତାରିଖରେ ରାଜ୍ୟରେ ପୁଣି ସକ୍ରିୟ ହେବ ପଶ୍ଚିମା ଝଡ । ପ୍ରଭାବରେ ୧୬ ତାରିଖ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ଢେଙ୍କାନାଳ ଓ ଯାଜପୁରରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

Related posts

ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ଭିଡ  

mahabharatanews

mahabharatanews

ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

mahabharatanews