ଓଡିଶା

ଉପକୂଳ ଜିଲ୍ଲାରେ ୩ ଦିନ ଯାଏ କାଳବୈଶାଖୀ ସମ୍ଭାବନା

(ଭୁବନେଶ୍ୱର) :  ଉପକୂଳ ଜିଲ୍ଲାରେ ଆଗାମୀ ୩ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷେ, ଗତ ସନ୍ଧ୍ୟାରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରବାହରେ ବର୍ଷା ହୋଇଥିବାରୁ ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକୋବର ଦ୍ୱୀପର କିଛି ଅଞ୍ଚଳକୁ ଅଗ୍ରସର ହେବାକୁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ତେବେ ଚଳିତ ବର୍ଷ ଏଥିରେ ସାମାନ୍ୟ ବିଳମ୍ବ ଘଟି ଜୁନ୍ ୪ ତାରିଖ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Related posts

ସେପ୍ଟେମ୍ବର ୫ରେ ବର୍ଷା-ଅନୁଭବ ମାମଲାର ପରବର୍ତ୍ତୀ ଶୁଣାଣି

mahabharatanews

ମୁର୍ମୁଷୁ ଅବସ୍ଥାରେ ଯୁବକ ଉଦ୍ଧାର

mahabharatanews

ସୃଷ୍ଟି ହେଉଛି ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

mahabharatanews