ଓଡିଶା

କାଳବୈଶାଖୀ ପ୍ରଭାବ : ୨୦ ଜିଲ୍ଲାରେ  ସତର୍କ ସୂଚନା ଜାରି 

(ଭୁବନେଶ୍ୱର) :  ୨୦ ତାରିଖ ତଥା ଆଜି ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି ।

ସୂଚନାନୁଯାୟୀ , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୦ ତାରିଖ ଅପରାହ୍ନ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କେରାପୁଟ ଓ ମାଲକାନଗିରି ପ୍ରଭୃତି ୨୦ଟି ଜିଲ୍ଲାରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Related posts

କେହି ଦଖଲ କରି ପାରିବେ ନାହିଁ ଆଦିବାସୀ ଜମି : ରାଜସ୍ୱ ମନ୍ତ୍ରୀ

mahabharatanews

୨୮ ଦିନ ପରେ କାବୁ ହେଲା ମଣିଷଖିଆ ବଉଳା କୁମ୍ଭୀର  

mahabharatanews

ବଢୁଛି ହାତୀ ମୃତ୍ୟୁ ସଂଖ୍ୟା ; ବିଦ୍ୟୁତ୍‌ ଫାଶରେ ଗଲା ଜୀବନ 

mahabharatanews