(ଭୁବନେଶ୍ୱର) : ରାଜ୍ୟରେ କେତେକ ସ୍ଥାନରେ ଜାରି ରହିଛି ମୌସୁମୀ ଜନିତ ବର୍ଷା । ଆଜି ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜିଠୁ ଆସନ୍ତାକାଲି ସକାଳ ଯାଏଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସୂଚନାନୁଯାୟୀ , ଅନ୍ୟପଟେ ୧୧ ତାରିଖ ଦିନ ବର୍ଷାର ବିସ୍ତୃତି ବଢ଼ିବ। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।