(ଭୁବନେଶ୍ୱର) : ଝଡ଼ବର୍ଷା ଓ ବଜ୍ରପାତ ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା , ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଞ୍ଜ ।
ସୂଚନାନୁଯାୟୀ , କାଳବୈଶାଖୀ ପ୍ରଭାବରେ ଅପରାହ୍ଣରେ ଯାଜପୁର, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବାଲେଶ୍ବର ଆଦି ଉପକୂଳବର୍ତ୍ତୀ ଜିଲ୍ଲଗୁଡ଼ିକରେ ପ୍ରବଳ ଝଡ଼ବର୍ଷା ହୋଇଛି। ୭୦ରୁ ୮୦ କିମି ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।