ଓଡିଶା

ବଢୁଛି ତାତି : ୧୫ରୁ ବର୍ଷା ସମ୍ଭାବନା

(ଭୁବନେଶ୍ୱର) : ଦିନକୁ ଦିନ ବଢୁଛି ପାରଦ । ରାଜ୍ୟର ୧୯ଟି ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରେର୍କଡ କରାଯାଇଛି । ରାଜ୍ୟରେ ଧୀରେ ଧୀରେ ତାପମାତ୍ରାରେ ବୃଦ୍ଧି ଘଟୁଥିବା ଦେଖିବାକୁ ମିଳିଛି । ଆଗାମୀ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଆହୁରି ୨ରୁ ୪ଡିଗ୍ରୀ ଯାଏ ପାରଦ ବୃଦ୍ଧି ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସୂଚନାନୁଯାୟୀ , ଆଜି ମାଲକାନଗିରି, ସୋନପୁର, ଖୋର୍ଦ୍ଧା, ଟିଟିଲାଗଡ଼, ଭବାନୀପାଟଣା ସମେତ ବିଭିନ୍ନ ଅଞ୍ଚଳରେ ୩୯ ଡିଗ୍ରୀ ତାପମାତ୍ରା ଛୁଇଁବ । ଆସନ୍ତା କାଲିକୁ କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀକୁ ଟପିଟିବ ବୋଲି ପୂର୍ବାନୁମାନ କରାଯାଇଛି ।  ୪୦ ଡେଇଁବ ତାପମାତ୍ରା । ୧୫ ତାରିଖରେ ବର୍ଷା ସମ୍ଭାବନା ଥିବାରୁ ତାତିରେ ସାମନ୍ୟ ବେକ୍ର ଲାଗିପାରେ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ଉପକୂଳ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ୧୫ରୁ ବର୍ଷା ହେବାର ସମ୍ଭାବନା ରହିଛି ।

Related posts

ଆଜିଠୁ +୨ କଳା ଓ ବାଣିଜ୍ୟ ବିଭାଗର ପରୀକ୍ଷା

mahabharatanews

କମୁଛି ରାତି ତାପମାତ୍ରା 

mahabharatanews

୧୮ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା, ଓ୍ଵାର୍ଣ୍ଣିଂ ଜାରି

mahabharatanews

Leave a Comment