ଓଡିଶା

ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ;  ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ରାଜ୍ୟରେ ଗତମାସ ଜୁନ୍‌ ୧ରୁ ଅଗଷ୍ଟ ୧୪ ମଧ୍ୟରେ ଏହା ସ୍ବାଭାବିକ ବର୍ଷା ୭୨୪.୮ ମିମିଠାରୁ ଯଥେଷ୍ଟ କମ୍‌ ରହିଛି । କେବଳ ବୌଦ୍ଧ ଜିଲାରେ ମାତ୍ରାଧିକ ବର୍ଷା ହୋଇଛି । ଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଗଞ୍ଜାମ, କେନ୍ଦ୍ରାପଡ଼ା, ନବରଙ୍ଗପୁର, କୋରାପୁଟ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ଅବଶିଷ୍ଟ ୧୮ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ ,  ତେବେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ନିଅଣ୍ଟିଆ ବର୍ଷା ହୋଇଛି ।  ଗତ ୨୪ ଘଣ୍ଟାରେ ବରଗଡ଼ ଜିଲ୍ଲାର ବିଜେପୁରରେ ସର୍ବାଧିକ ୫୬ ମିମି ବର୍ଷା ହୋଇଛି । ଅନ୍ୟପଟେ ଆସନ୍ତାକାଲି ଅର୍ଥାତ୍ ୧୬ ତାରିଖ ଦିନ ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ ହୋଇଛି ।

Related posts

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୯ କରୋନା ସଂକ୍ରମିତ ଚିହ୍ନଟ

mahabharatanews

ଆଖି ବୁଜିଲା ବାଘ ‘ନନ୍ଦନ’

mahabharatanews

ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ 

mahabharatanews