ଓଡିଶା

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି

(ଭୁବନେଶ୍ୱର) : ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ହେଲେ ପରିବର୍ତ୍ତୀ ସମୟରେ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ଏପରିକି କାଳବୈଶାଖୀ ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।୨୦ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଯାହାର ଫଳରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ଖସିବାର ପୂର୍ବାନୁମାନ କରାଯାଇଛି।

Related posts

ନନ୍ଦନକାନନରେ ନୂଆ ଅତିଥି

mahabharatanews

ବିଷ ପିଇ ପରିବାରର ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ

mahabharatanews

ପାଟଣା ଟିକିରା ବିଦ୍ୟୁତକରଣ ତଦାରକ କଲେ ପାଟଣା ବିଧାୟକ

mahabharatanews