ଓଡିଶା

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି

(ଭୁବନେଶ୍ୱର) : ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ହେଲେ ପରିବର୍ତ୍ତୀ ସମୟରେ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ଏପରିକି କାଳବୈଶାଖୀ ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।୨୦ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଯାହାର ଫଳରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ଖସିବାର ପୂର୍ବାନୁମାନ କରାଯାଇଛି।

Related posts

ଦୁର୍ଘଟଣା ଘଟାଇଥିବା ମଦ୍ୟପ ଡ୍ରାଇଭରକୁ ଧରିଲେ ଲୋକେ

mahabharatanews

ଘୂର୍ଣ୍ଣିବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ ସୁରେଶ ପୂଜାରୀ

mahabharatanews

ରାଇରଙ୍ଗପୁର ଗୋଷ୍ଠୀ ଶିକ୍ଷା କାର୍ୟ୍ୟାଳୟ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ

mahabharatanews