ବିଜେପି ବରିଷ୍ଠ ନେତା ତଥା ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ବିଜୟ ପ୍ରଧାନଙ୍କ ପରଲୋକ ଘଟିଛି । ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କର ହୃଦଘାତରେ ବିୟୋଗ ଘଟିଛି ଓ ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଗତ ୨୦୧୯ ମସିହା ବିଧାନସଭା ନିର୍ବାଚନରେ ସେ ବିଜେପିରୁ ପ୍ରାର୍ଥୀ ହୋଇଥିଲେ । ଖୁବ କମ୍ ଭୋଟ୍ରେ ପରାଜିତ ହୋଇଥିଲେ ।
ତାଙ୍କ ବିୟୋଗ ସମଗ୍ର ମହାକାଳପଡ଼ା ତଥା ରାଜ୍ୟ ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସୂଚନା ଦେଇଛନ୍ତି ଜିଲ୍ଲା ବିଜେପି ସଭାପତି । ଦେହ ଅସୁସ୍ଥ ଥିବାରୁ ବିଜୟ ଗତ ଦୁଇ ଦିନ ହେବ ଭୁବନେଶ୍ବରସ୍ଥିତ ବାସଭବନରେ ରହୁଥିଲେ । ତେବେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି ।