ଓଡିଶା

ଆଜି ୧୧ଟାରେ ଓଜେଇଇ ରେଜଲ୍ଟ

(ଭୁବନେଶ୍ୱର) : ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ । ବିଭିନ୍ନ ବୈଷୟିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇବ। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ ।

ସୂଚନାନୁଯାୟୀ ,   ଏହାପରେ ଛାତ୍ରଛାତ୍ରୀ ସେମାନଙ୍କ ପରୀକ୍ଷା ଫଳ ସମ୍ପର୍କରେ ଜାଣିପାରିବେ। ଏସ୍‌ସିଟିଇ ଆଣ୍ଡ ଭିଟି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷା ଫଳ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ଓଜେଇଇର ଅଧିକାରୀମାନେ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।

Related posts

ଆସୁଛି ଆଉ ଦୁଇଟି ଲଘୁଚାପ, ଭଲ ବର୍ଷା ସମ୍ଭାବନା

mahabharatanews

ରାଜ୍ୟରେ କରୋନା ସଂକ୍ରମଣ ହଜାରେ ତଳେ ରହିଛି ,ଗତ ୨୪ ଘଣ୍ଟା ମଧ୍ୟରେ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews

ଶ୍ରୀମନ୍ଦିରର ଦଇତାପତି ନିଯୋଗ ପକ୍ଷରୁ ଏକ ଲକ୍ଷ ୫୧ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଦାନ

mahabharatanews