ଓଡିଶା

୫ ହଜାର ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ୫ହଜାର ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଦିନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଅଭିଯୋଗ ଶୁଣିଥିଲେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ । ସମସ୍ୟା ସମାଧାନ ହେବା ନେଇ ମଧ୍ୟ ଲୋକଙ୍କୁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ । ଜୁଲାଇ ୧ ତରିଖରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ଆଜି ତୃତୀୟ ଦିନରେ ପହଞ୍ଚିଲା ।

ଆଜି ଆସିଥିବା ବିଭିନ୍ନ ଅଭିଯୋଗକାରୀମାନଙ୍କ ମଧ୍ୟରୁ ଜଣେ ଥିଲେ ଖୋର୍ଦ୍ଧା ଟାଙ୍ଗୀର ବ୍ୟକ୍ତି ସନ୍ତୋଷ ସାହୁ । ସେ ଜଣେ ଦିବ୍ୟାଜ୍ଞ । ବିଧିବଦ୍ଧଭାବେ ଉପଯୁକ୍ତ ପ୍ରକ୍ରିୟାରେ ନିଯୁକ୍ତି ପାଇଥିଲେ ମଧ୍ୟ ତାଙ୍କ ଚାକିରୀ ଛଡେଇ ନିଆଯାଇଛି ବୋଲି ତାଙ୍କର ଥିଲା ଅଭିଯୋଗ । ୮ ବର୍ଷ ହେଲାଣି ତାଙ୍କ ପାଞ୍ଚ ପ୍ରାଣୀ କୁଟୁମ୍ବକୁ ପୋଷିବା ପାଇଁ ସେ ବହୁତ ଦୁଃଖ କଷ୍ଟ ସହୁଛନ୍ତି । ତାଙ୍କ ସମସ୍ୟାକୁ ଉପଯୁକ୍ତ ଅନୁସନ୍ଧାନ କରାଯାଇ ତାଙ୍କୁ ନ୍ୟାୟ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରତିଶ୍ରୁତି ପାଇବା ପରେ ସେ ଆଶ୍ୱସ୍ତ ହୋଇ ଫେରିଥିଲେ ।

Related posts

୨୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

mahabharatanews

ଅଧୀରଙ୍କ ମନ୍ତବ୍ୟ ନେଇ ସଂସଦରେ ହଙ୍ଗାମା

mahabharatanews

ପୁଣି ୧୧ ଜଣଙ୍କ କରୋନାରେ ମୃତ୍ୟୁ

mahabharatanews