(ଦିଲ୍ଲୀ) : ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନସଭା ସାଧାରଣ ନିର୍ବାଚନ -୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ମଞ୍ଜୁର ।
କଥାଟି ଏହି ଯେ , ୨୦୨୪ କାର୍ଯ୍ୟରେ ନିୟୋଜିତ ହେବେ, ସେମାନଙ୍କୁ ଡ୍ୟୁଟି ପରେ ଗୋଟିଏ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ଦିଆଯିବ । ସେମାନଙ୍କୁ କ୍ୟାଲେଣ୍ଡର ବର୍ଷରେ ସାଧାରଣତଃ ଗ୍ରହଣୀୟ ସାମୟିକ ଛୁଟି(କାଜୁଆଲ ଲିଭ୍) ଏବଂ ସ୍ବତନ୍ତ୍ର ଛୁଟି (ସ୍ପେସାଲ ସିଏଲ) ବ୍ୟତୀତ ଏହି ସ୍ବତନ୍ତ୍ର ସାମୟିକ ଛୁଟି ଦିଆଯିବା ପାଇଁ ସରକାରଙ୍କ ତରଫରୁ ଅନୁମତି ପ୍ରଦାନ କରାଯାଇଛି । ମତଦାନ ଦିନ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ସରକାରୀ ଛୁଟି ଘୋଷଣା କରାଯାଇଛି । କିନ୍ତୁ ସରକାରୀ କର୍ମଚାରୀ, ଯେଉଁମାନେ ସେମାନଙ୍କ ମତଦାନ କେନ୍ଦ୍ରଠାରୁ ଦୂରରେ ସ୍ଥାନରେ ଅବସ୍ଥାପିତ ହୋଇଛନ୍ତି, ସେମାନଙ୍କୁ ଭୋଟ୍ ଦେବା ପାଇଁ ସେଠାକୁ ଯିବାକୁ ପଡୁଥିବାରୁ ଉପରୋକ୍ତ ଦିବସଗୁଡିକରେ କର୍ମଚାରୀମାନଙ୍କୁ ଆବଶ୍ୟକ ସ୍ଥଳେ ଦୁଇ ଦିନ (ମତଦାନର ପୂର୍ବ ଦିନ ଏବଂ ମତଦାନ ପରବର୍ତୀ ଦିନ) ପାଇଁ ସ୍ବତନ୍ତ୍ର ସାମୟିକ ଛୁଟି ଅନୁମତି ପ୍ରଦାନ କରାଯିବାକୁ ଏ ସଂକ୍ରାନ୍ତରେ ମଧ୍ୟ ମୁଖ୍ୟ ଶାସନ ସଚିବ ପତ୍ର ପ୍ରେରଣ କରିଛନ୍ତି ।
