ଯାଜପୁର: ଯାଜପୁର ବଡ଼ସୁଆର ନିକଟରେ ଖରସ୍ରୋତା ନଦୀରୁ ଆଜି ଆଉ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ ଗତକାଲି ବନ୍ଧମୁଣ୍ଡା ନିକଟ ଖରସ୍ରୋତା ନଦୀର ମଙ୍ଗଳାପ ଘାଟରେ ଗାଧୋଉଥିବା ବେଳେ ୭ ଜଣ ଭାସି ଯାଇଥିଲେ । ସେମାନଙ୍କ ମଧ୍ୟରୁ କିଶାନ ଜେନା, ଶୁଭମ ଜେନା ଏବଂ ସୁବ୍ରତ ଜେନା ଏହି ୩ ଜଣଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ଏବେ ବି ଆଉ ଦୁଇ ଜଣ ନିଖୋଜ ରହିଛନ୍ତି । ତେବେ ଅଗ୍ନିଶମ ଓ ଓଡ୍ରାଫ ପକ୍ଷରୁ ଉଦ୍ଧାର ଜାରି ରଖାଯାଇଛି । ଏହି ଘଟଣାରେ ସ୍ଥାନୀୟ ଅଂଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଉଲ୍ଲେଖ ଯୋଗ୍ୟ ଯେ ହୋଲି ଉତ୍ସବ ପରେ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ୭ ଜଣ ଭାସିଯାଇଥିଲେ। ଯାଜପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବଡ଼ସୁଆଁର ଗାଁ ନିକଟ ଦେଇ ପ୍ରବାହିତ ହେଉଥିବା ଖରସ୍ରୋତା ନଦୀର ମଙ୍ଗଳାଘାଟରେ ଶୁକ୍ରବାର ଅପରାହ୍ନରେ ଏହି ଅଘଟଣ ଘଟିଥିଲା। ତେବେ ଗତକାଲି ସନ୍ଧ୍ୟା ସୁଦ୍ଧା ୨ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିଲା। ଜଣେ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ୪ ଜଣ ନିଖୋଜ ଥିଲେ । ସମସ୍ତଙ୍କର ବୟସ ୧୫ରୁ ୨୧ ବର୍ଷ ବୟସ ମଧ୍ୟରେ ହେବ।
