(ଭୁବନେଶ୍ୱର) : ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ତାତି । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଆସିଛି କାଳବୈଶାଖୀ । ବିଭିନ୍ନ ସ୍ଥାନରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି । ସେହିପରି ଆଜି (ମଙ୍ଗଳବାର) ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ବାବନା ରହିଛି । ୧୯ଓ ୨୦ତାରିଖରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।
ସୂଚନାନୁଯାୟୀ , ଘଡ଼ଘଡ଼ି ମାରିବା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏହା ସହ ଏସଆରସି ସବୁ ଜିଲ୍ଲାପାଳମାନଙ୍କୁ ସ୍ଥିତି ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆଉ କ୍ଷୟକ୍ଷତି ହେଲେ ରିପୋର୍ଟ ଦେବାକୁ କୁହାଯାଇଛି । ଆଜି ବର୍ଷା ଓ ଘଡ଼ଘଡ଼ି ନେଇ ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆସନ୍ତା କାଲି ପାଇଁ ୧୨ଜିଲ୍ଲାକୁ ଅରେଞ୍ଜ ଏବଂ ୧୪ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି । ରାଜ୍ୟରେ ୧୯ତାରିଖ ପାଇଁ ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ. ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୦ତାରିଖ ପାଇଁ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, କନ୍ଧମାଳ , ଗଞ୍ଜାମ, ଗଜପତି , ରାୟଗଡା ଓ କୋରାପୁଟ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କାଳବୈଶାଖୀ ଯୋଗୁଁ ୨୨ତାରିଖ ଯାଏଁ ତାତିରୁ ଆଶ୍ୱସ୍ତି ମିଳିବ ।