ଅପରାଧଓଡିଶା

ORHDC ଦୁର୍ନୀତି ମାମଲା, ପୂର୍ବତନ IAS ବିନୋଦ କୁମାରଙ୍କୁ ୫୦ ହଜାର ଟଙ୍କା ଫାଇନ ସହ ୩ ବର୍ଷ ସଜା ଶୁଣାଇଛନ୍ତି କୋର୍ଟ

 ଭୁବନେଶ୍ୱର: ଆଜି ORHDC ଦୁର୍ନୀତି ମାମଲାରେ ବିନୋଦ କୁମାରଙ୍କୁ ପୁଣି ସଜା ଶୁଣାଇଛନ୍ତି କୋର୍ଟ ।ଭୂମିକା ବିଲଡର ଲୋନ ର୍ଦୁନୀତି ମମାଲାରେ ପୂର୍ବତନ IAS ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ଅନ୍ୟ ୬ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।ଏ ନେଇ ଅଭିଯୁକ୍ତମାନଙ୍କୁ ୫୦ ହଜାର ଟଙ୍କା ଜରିମାନ ସହ ୩ ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ ।ତେବେ ଏହି ଘଟଣାର ସମ୍ପୃକ୍ତ ଥିବା ଅଭିଯୁକ୍ତମାନେ ହେଉଛନ୍ତି ସତ୍ୟ ପ୍ରକାଶ ବେହେରା, ସ୍ୱସ୍ତିକ ରଞ୍ଜନ ମହାପାତ୍ର( କମ୍ପାନୀ ସେକ୍ରେଟାରୀ), ଜ୍ଞାନେନ୍ଦ୍ର ସ୍ୱାଇଁ (ଆସିଷ୍ଟାଣ୍ଟ ସିଷ୍ଟମ ଅନାଲିଷ୍ଟ), ଭୂମିକା ବିଲଡର ମ୍ୟାନେଜିଙ୍ଗ ପାର୍ଟନର ଦେବଦତ୍ତ ରାୟ ଓ଼ ବିଭୁତି ଭୂଷଣ ସ୍ୱାଇଁ ।

ସୂଚନାମୁତାବକ,ଏହି ଦୁର୍ନୀତି ମାମଲାରେ ଗତ ସେପ୍ଟେମ୍ୱର ୨୯ ତାରିଖରେ ଭିଜିଲାନ୍ସ କୋର୍ଟ ଏକ ରାୟ ପ୍ରକାଶ କରିଥିଲେ । କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ କେର୍ଟ । ମୋକିମ୍ମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍ ଦଣ୍ଡ ଶୁଣାଇଥିଲେ କୋର୍ଟ । ପୂର୍ବତନ ଆଇଏଏସ୍ ବିନୋଦ କୁମାରଙ୍କୁ ମଧ୍ୟ ଜେଲ୍ ଦଣ୍ଡ ମିଳିଥିବା ବେଳେ ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଏଥିସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଜରିମାନା କରିଛନ୍ତି କୋର୍ଟ । ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍ରେ ରହିବା ନେଇ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

 

Related posts

ସରକାରଙ୍କ ତାଗିଦ: ସରକାରୀ ଚାକିରିଆ ଗଣମାଧ୍ୟମ ଆଗରେ ମୁହଁ ଖୋଲିଲେ ହେବ କାର୍ଯ୍ୟାନୁଷ୍ଠାନ

mahabharatanews

ଜଗଦୀପ ଧନଖଡ଼ ଦାଖଲ କଲେ ନାମାଙ୍କନ ପତ୍ର

mahabharatanews

ରାସ୍ତା କଡରୁ ଟିଫିନ ବୋମା ଜବତ

mahabharatanews