ଓଡିଶା

ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ

(ଭୁବନେଶ୍ୱର) :  ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ  । ମହିଳା ଆଇଆଇସିଙ୍କୁ ଦୁର୍ବ୍ୟବହାର ଏବଂ ତହସିଲଦାରଙ୍କୁ ଧମକ ଦେବା ମାମଲାରେ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି । ତେବେ ଗୋଟିଏ ମାମଲାକୁ ଖାରଜ କରାଯାଇଥିବା ବେଳେ ଅନ୍ୟଟିରେ ହସ୍ତକ୍ଷେପ କରିବେ ନାହିଁ ବୋଲି କୋର୍ଟଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । କ୍ଷେତରାଜପୁର ଥାନା ମମଲାରେ ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ହସ୍ତକ୍ଷେପ କରିବା ପାଇଁ ମନା କରିଦେଇଛନ୍ତି । ନିମ୍ନ ଅଦାଲତର ଆତ୍ମସମର୍ପଣ କରି ନୟମିତ ଜାମିନ ଆବେଦନ କରିବା ପାଇଁ କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାନୁଯାୟୀ , ଚଳିତ ମାସ ଫେବୃଆରି ୧୫ ତାରିଖରେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆନ୍ଦୋଳନ ବେଳେ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ଜୟନାରାୟଣ ମିଶ୍ର ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା ଯାହାର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହୋଇଥିଲା ।

 

Related posts

ଦୁଇ ଦିନ ଭିତରେ ଏମ୍ସ ଡାକ୍ତରଖାନାରୁ ଡିସଚାର୍ଜ ହେବେ ଅଭିଜିତ

mahabharatanews

ଶ୍ରୀମନ୍ଦିର ଢାଞ୍ଚାରେ ହେବ ଲିଙ୍ଗରାଜ ମନ୍ଦିରର ମୁଖ୍ୟଦ୍ୱାର

mahabharatanews

ବାହାର ବିଶେଷଜ୍ଞଙ୍କ ସାହାଯ୍ୟ ଲୋଡିଲେ ନନ୍ଦନକାନନ କର୍ତ୍ତୃପକ୍ଷ

mahabharatanews