ଓଡିଶା

ପଦ୍ମ ବିଜେତାଙ୍କୁ ମାସକୁ ୨୫ ହଜାର ଟଙ୍କା

(ଭୁବନେଶ୍ୱର) : ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ।

ସୂଚନାନୁଯାୟୀ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ୟ୍ୟ ଦ୍ୱାରା ଓଡ଼ିଶାର ଗୌରବ ବୃଦ୍ଧି କରିଛନ୍ତି।

Related posts

ଚାରି ବର୍ଷର ନାବାଳକ ଉପରେ ମାଡିଗଲା ଟ୍ରକ୍: ଘଟଣା ସ୍ଥଳରେ ହିଁ ମୃତ୍ୟୁ , କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ କଲେ ଗ୍ରାମବାସୀ

mahabharatanews

ଇଂରାଜୀ ନବବର୍ଷ ରାତିରେ ଖୋଲିବନି ଶ୍ରୀମନ୍ଦିର ! ଗଜପତି ମହାରାଜାଙ୍କୁ ଲେଖିଲେ ଚିଠି

mahabharatanews

OAS ସ୍ତରରେ ଅଦଳବଦଳ

mahabharatanews