ଓଡିଶା

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ହୋଇଛି। କଟକ SCBରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୨ ଦିନ ତଳେ ଅସୁସ୍ଥ ହୋଇ କଟକ ବଡ଼ ମେଡିକାଲ ଆଇସିୟୁରେ ଭର୍ତ୍ତି ହୋଇଥିଲେ କମଳା ପୂଜାରୀ। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ମିଳିଥିଲା ପଦ୍ମଶ୍ରୀ ପୁରସ୍କାର।

ସୂଚନା ଅନୁସାରେ ମଙ୍ଗଳବାର ସନ୍ଧ୍ୟାରେ ଅସୁସ୍ଥ ହେବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କ କଟକ ଏସସିବି ଅଣାଯାଇଥିଲା । ଏସସିବିର ମେଡିସିନ ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା କରାଯାଉଥିଲା କିଡନୀ ଜନିତ ସମସ୍ୟା ସହ ଜ୍ୱରରେ ଆକ୍ରାନ୍ତ ଥିଲେ କମଳା ପୂଜାରୀ । ଏସସିବି ମେଡିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଚାରିଜଣିଆ ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରୁଥିଲେ । ଏହିବର୍ଷ ଆରମ୍ଭରେ ଜାନୁୟାରୀ ଏବଂ ମାର୍ଚ୍ଚ ମାସରେ ମଧ୍ୟ କମଳା ଗୁରୁତର ଅସୁସ୍ଥ ହୋଇ କଟକ ଏସ୍‌ସିବି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଏହାପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ତେବେ କହିରଖୁଛୁ, ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ବେଶ୍ ଚର୍ଚ୍ଚାକୁ ଆସିଥିଲେ ୭୧ ବର୍ଷୀୟ ମା କମଳା । ଏଥିପାଇଁ ତାଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି ।

Related posts

ମୋ ସରକାରରେ ସାମିଲ ହେବ କୋଭିଡ୍‌ ପରିଚାଳନା

mahabharatanews

୨୩ରୁ ବଢିବ ବର୍ଷାର ପରିମାଣ 

mahabharatanews

ଗାତରୁ ପୂର୍ବତନ ସରପଞ୍ଚଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

mahabharatanews