ଓଡିଶାପର୍ବ ପର୍ବାଣି

ମାର୍ଗଶିର କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କର ପଇତା ଲାଗି ନୀତି

ଆଜି ମାର୍ଗଶିର କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ  ସୂଚନା ମିଳିଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ। ଦ୍ଵିପହର ଧୂପ ସରିବାପରେ ଦ୍ଵିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ଦଇତାପତି ସେବକମାନେ ଗର୍ଭ ଗୃହରେ ପ୍ରବେଶ କରି ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଚାଲୁ ରହିବ  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଶ୍ରୀଅଙ୍ଗର ସୁରକ୍ଷା ପାଇଁ ଏହି ପଇତା ଲାଗି କରାଯାଇଥାଏ ବୋଲି ଗବେଷକଙ୍କ ସୂଚନା।

Related posts

ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା 

mahabharatanews

ବିଜେଡିରେ ସାମିଲ ହେଲେ ଭି.କେ ପାଣ୍ଡିଆନ

mahabharatanews

୧୦ ଲକ୍ଷ ଟଙ୍କାର ଦାମୀ ବିଦେଶୀ ସିଗାରେଟ୍ ଜବତ କଲା କଷ୍ଟମସ୍ ବିଭାଗ

mahabharatanews