ଓଡିଶା

“ମୁଖ୍ୟମନ୍ତ୍ରୀ ଶାନ୍ତିରେ ବିଶ୍ୱାସ କରନ୍ତି” : କାର୍ତ୍ତିକ ପାଣ୍ଡିଆନ

(ନିମାପଡ଼ା) : ନିମାପଡ଼ାରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର । ଏ ସରକାର ହେଉଛି ଆପଣମାନଙ୍କ ସରକାର, ଚାଷୀଭାଇମାନଙ୍କ ସରକାର, ଯୁବପିଢ଼ିର ସରକାର । ଓଡ଼ିଶାବାସୀଙ୍କ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଏତେ ଭଲପାଇବା ଦେଖି ବିରୋଧିଙ୍କ ମୁଣ୍ଡ କାମ କରୁନାହିଁ । ବାହାରୁ ବଡ଼ ବଡ଼ ନେତା ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକମାନଙ୍କୁ ଆପଣମାନେ ମୁହଁତୋଡ଼ ଜବାବ ଦେବେ । ସେମାନଙ୍କ ମଧ୍ୟରେ ଆସାମର ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି, ମୁଁ ତାଙ୍କୁ କହିବାକୁ ଚାହେଁ ଯେ, ନବୀନ ବାବୁ ଆପଣଙ୍କ ଗୁରୁଙ୍କ ଗୁରୁ ସହିତ କାମ କରିଛନ୍ତି, ବାଜପେୟୀଙ୍କ ସରକାରରେ ନବୀନ ବାବୁ କ୍ୟାବିନେଟ୍‍ ମନ୍ତ୍ରୀ ଥିଲେ, ଆପଣ ସେତେବେଳେ ଓକିଲାତି କରୁଥିଲେ । ଆସାମ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କ ଠାରୁ ସଂସ୍କାର ଶିଖନ୍ତୁ, ଓଡ଼ିଶା କେବେ ଅତିଥିଙ୍କୁ ଏମାଟିରେ ଅସମ୍ମାନିତ କରେ ନାହିଁ, ମହାପ୍ରଭୁ ତାଙ୍କୁ ସଦ୍‍ବୁଦ୍ଧି ଦିଅନ୍ତୁ, ଆମ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନିତ କରନ୍ତୁ ନାହିଁ 

ବିରୋଧୀ ଦଳ ବିଜୁ ଜନତା ଦଳର କର୍ମୀମାନଙ୍କୁ ଧମକ ଦେଉଛନ୍ତି, ଆକ୍ରମଣ କରୁଛନ୍ତି, ଏଇଟା ଭଲ ନୁହେଁ, ଆମେ କୌଣସି କର୍ମୀଙ୍କ ଦେହରେ କାହାକୁ ହାତ ଲଗେଇବାକୁ ଦେବୁନାହିଁ । ମୁଖ୍ୟମନ୍ତ୍ରୀ ଶାନ୍ତିରେ ବିଶ୍ୱାସ କରନ୍ତି  ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା ମାଲକାନଗିରିରୁ ମୟୁରଭଞ୍ଜ, ସୁନ୍ଦରଗଡ଼ରୁ ଜଗତ୍‍ସିଂହପୁର ପର୍ଯ୍ୟନ୍ତ ଜାଣିଗଲେଣି, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ  ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ, ଓଡ଼ିଶାର ୯୦ ପ୍ରତିଶତ ଲୋକଙ୍କ ପାଇଁ ବିଜୁଳି ବିଲ୍‍ ଛାଡ଼ ହେବ  ଦ୍ୱିତୀୟ ଦସ୍ତଖତ ହେବ ବି,ଏସ୍‍.କେ.ୱାଇରେ ସମସ୍ତେ ସାମିଲ ହେବେ, ବି.ପି.ଏଲ୍‍ କାର୍ଡ ନଥିଲେ ଏପରିକି ସରକାରୀ ଚାକିରିରେ ଥିଲେ ମଧ୍ୟ ସମସ୍ତେ ବି.ଏସ୍‍.କେ.ୱାଇ କାର୍ଡ ପାଇବେ  ତୃତୀୟରେ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍‍ସନ୍‍ ସୁବିଧା ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପି କହୁଛି ମାଗଣା ବିଜୁଳି ଦେବ । ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ, ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ, ଦିନରେ ଲଣ୍ଠନ ଦେଖାଉଛନ୍ତି, ଏମାନଙ୍କୁ ଚିହ୍ନିକି ରଖନ୍ତୁ । ସୋମନାଥ ମନ୍ଦିର ପାଇଁ ୫ କୋଟି ଟଙ୍କା, ଜଟେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା, ଅମରେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା, ମତ୍ସ୍ୟଜୀବୀମାନଙ୍କ କଲ୍ୟାଣ ପାଇଁ ୧୫ ହଜାର ଟଙ୍କାର ପ୍ୟାକେଜ୍‍, ପାନ ଚାଷ ଲାଗି ସ୍ୱତନ୍ତ୍ର ଯୋଜନା ମୁଖ୍ୟମନ୍ତ୍ରୀ କରିଛନ୍ତି 

 

Related posts

ବିଶ୍ୱ ପ୍ରସିଦ୍ଧ ପୁରୀରେ ଲକ ଡାଉନ ସଫଳ

mahabharatanews

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡିଲା ଡ୍ରୋନ୍

mahabharatanews

ଆଖିବୁଜିଲେ ୨୫୦ଟି ଫିଲ୍ମ କରିଥିବା ବଲିଉଡ ଅଭିନେତ୍ରୀ

mahabharatanews