ଓଡିଶା

ବରିଷ୍ଠ ସାମ୍ବାଦିକ ଡ.ପ୍ରଦୀପ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର: ବରିଷ୍ଠ ସାମ୍ବାଦିକ ତଥା ପ୍ରଫେସର ପ୍ରଦୀପ ମହାପାତ୍ରଙ୍କ । ୬୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ରାତି ପ୍ରାୟ ୨ଟା ୧୦ ମିନିଟ୍‌ରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଥିଲେ ଡକ୍ଟର ପ୍ରଦୀପ ମହାପାତ୍ର।

ସୂଚନା ଅନୁଯାୟୀ, ଗତ କିଛିଦିନ ତଳେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଅଣାଯାଇଥିଲା। ପ୍ରାଥମିକ ଅବସ୍ଥାରେ ତାଙ୍କର ନିମୋନିଆ ଯୋଗୁଁ ଫୁସଫୁସ ଗୁରୁତର ଭାବେ ଆକ୍ରାନ୍ତ ହୋଇଥିବା ଚିକିତ୍ସାରୁ ଜଣାପଡ଼ିଥିଲା। ଏହି ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।  ଚିକିତ୍ସା ସମୟରେ ତାଙ୍କର ହଠାତ ହୃଦଘାତ ହେବା ସହ ମସ୍ତିଷ୍କ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା।

Related posts

ଫ୍ରିଜରେ ଅଣ୍ଡା ରଖିବା ଭଲ ନା ଖରାପ

mahabharatanews

ଓଟିଡିସି ପକ୍ଷରୁ ରେଷ୍ଟୁରାଣ୍ଟ  ‘ନିମନ୍ତ୍ରଣ’ ପୁରୀରେ ଲୋକାର୍ପିତ

mahabharatanews

ଭୁବନେଶ୍ୱର ରେଳ ଷ୍ଟେସନ ମଲ୍ଟି ହବ୍ ପ୍ରକଳ୍ପ କେବେ?

mahabharatanews