(ରିପୋର୍ଟର୍ସ ଟୁଡ଼େ / ଅରୁଣ କୁମାର ସାହୁ ): କରୋନା ମହାମାରୀ କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ବଡ ନିଷ୍ପତି ନେବାପାଇଁ ଯାଉଛନ୍ତି । ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । ରାଜ୍ୟର ୪ଟି ପ୍ରମୁଖ ହସ୍ପିଟାଲରେ ଆରମ୍ଭ କରାଯିବ ଏହି ପ୍ଲାଜମା ଥେରାପି। କଟକରେ ୨ଟି ମେଡିକାଲ ଏସ୍ସିବି ଓ ଅଶ୍ୱିନୀ ଏବଂ ଭୁବନେଶ୍ୱରରେ ୨ଟି ମେଡିକାଲ ସମ୍ ଓ କିମ୍ସରେ ଏହି ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା କରାଯିବ। ଏ ନେଇ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି । ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି । ସୂଚନାନୁସାରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି ଯେ ପ୍ଲାଜମା ଥେରାପିରେ ଚିକିତ୍ସା ପଦ୍ଧତି ନିରୂପଣ ପାଇଁ ଏକ ବୈଷୟିକ କମିଟି ଗଠନ କରାଯିବ,ଏହି କମିଟି ଚିକିତ୍ସା ପଦ୍ଧତି ନିରୂପଣ ଓ ସଫଳ ରୂପାୟନ ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ କରିବ।
previous post