(ଦିଲ୍ଲୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ବୈଠକରେ ଅଧ୍ୟକ୍ଷତା କରି ଉତ୍ତାପ ପାଇଁ ସମୀକ୍ଷା କରିଛନ୍ତି। ଦେଶର ଅଧିକାଂଶ ଭାଗରେ ବିଶେଷ ଭାବରେ ଅଧିକ ତାପମାତ୍ରା ହେବାର ସମ୍ଭାବନା ରହିଛି। ଏହାର ପ୍ରତିକାର ପାଇଁ ମୋଦୀ ସମୀକ୍ଷା କରିଛନ୍ତି।
ସୂଚନାନୁଯାୟୀ , ଏପ୍ରିଲରୁ ଜୁନ୍ ମାସ ପର୍ଯ୍ୟନ୍ତ ଦେଶରେ କ’ଣ ରହିବ ଗ୍ରୀଷ୍ମ ପ୍ରବାହର ସ୍ଥିତି ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି । ଗ୍ରୀଷ୍ମ ପ୍ରବାହ ସହ ଅଂଶୁଘାତର ମୁକାବିଲା ନେଇ ଏହି ବୈଠକରେ ଆଲୋଚନା ହୋଇଛି । ରାଜ୍ୟରୁ ଆରମ୍ଭ କରି ଜିଲ୍ଲା ସ୍ତରରେ ସମନ୍ୱୟ ରକ୍ଷା କରି ଖରାତାତିରୁ ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଗୃହ ସଚିବ, ଆଇଏମଡି ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ଏହିି ସମୀକ୍ଷା ବୈଠକରେ ସାମିଲ ହୋଇଛନ୍ତି ।