(ଝାରସୁଗୁଡ଼ା) : ଝାରସୁଗୁଡ଼ାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାପରେ ବାୟୁସେନାର ସ୍ୱତନ୍ତ୍ର ହେଲିକାପ୍ଟର ଯୋଗେ ସମ୍ବଲପୁର ଅଭିମୁଖେ ଗସ୍ତ କରିବେ । ସମ୍ବଲପୁର ସ୍ଥିତ ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଲୋକାର୍ପଣ ସହ ପ୍ରାୟ ୧୮ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ। ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ାରେ ପହଞ୍ଚିଛି ପ୍ରଧାନମନ୍ତ୍ରୀ ମୋଦି ।
ସୂଚନାନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୭୦ପ୍ଲାଟୁନ୍ ଫୋର୍ସ ସହ ସୁରକ୍ଷା ଦାୟିତ୍ବରେ ରହିବେ ୨୫୦ ପୋଲିସ ଅଫିସର । ଶୁକ୍ରବାର ସମ୍ବଲପୁର ଏସପି, ପୋଲିସ ଡିଜି, ଆଇଜି, ଉତ୍ତରାଞ୍ଚଳ ଡିଆଇଜି ପ୍ରମୁଖ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । ସମ୍ବଲପୁରର ନିଜସ୍ୱ କ୍ୟାମ୍ପସରେ ପହଞ୍ଚିବେ । ସେଠାରୁ କାର୍ଯ୍ୟକ୍ରମ ସାରି ୩ଟାରେ ହେଲିକପ୍ଟର ଯୋଗେ ରେମେଡ ସଭାସ୍ଥଳ ଅଭିମୁଖେ ବାହାରିବେ । ରେମେଡ ସଭାସ୍ଥଳରେ ୩ଟା ୧୫ରେ ପହଞ୍ଚି ସାଧାରଣ ସଭାରେ ଯୋଗ ଦେବା ପରେ ଅପରାହ୍ଣ ୫ଟା ବେଳେ ନୂଆଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ବିଜେପି ଶିବିରରେ ଏଥିପାଇଁ ଉତ୍ସାହ ଦେଖିବାକୁ ମିଳିଛି ।