ଓଡିଶା

ବରମୁଣ୍ଡାରେ ହେବ ଏକ ପୋଲିସ୍‌ ଆଉଟପୋଷ୍ଟ 

(ବରମୁଣ୍ଡା) : ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ନିକଟରେ ଏହାର ଉଦ୍‌ଘାଟନ ହୋଇପାରେ । ଏହା ପୂର୍ବରୁ ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି ।

ସୂଚନାନୁଯାୟୀ ,  ଏଥିରେ ୮୯ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏହା ଲୋକାର୍ପିତ ହେବା ପରେ ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ । ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ । ଏହା ସହ ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି । ଭେଟେରାନ୍‌‌ ଗଜଲ ଗାୟକ ପଙ୍କଜ ଉଧାସଙ୍କ ପରଲୋକ ୫ଟି ଅଧ୍ୟକ୍ଷ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

Related posts

ରିଷିଡା ତାରିଣୀ ପୀଠରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

mahabharatanews

୩ ରୁ ପ୍ରଥମ ଥର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ 

mahabharatanews

୫୦୮ ଷ୍ଟେସନର ଉନ୍ନତୀକରଣର ; ଓଡ଼ିଶାରୁ ୨୫

mahabharatanews