ଓଡିଶା

ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ, ସର୍ବସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ତା୨୮.୦୧.୨୦୨୬ରିଖ,ବୁଧବାର ମାଘ:ଶୁକ୍ଲ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

Related posts

ଘୋଷଣା କଲେ SRC

mahabharatanews

ଢେଙ୍କାନାଳ ୧୨ ଘଣ୍ଟିଆ ବନ୍ଦ ଡାକରା

mahabharatanews

ଜାଡରେ ଥରୁଛି ଓଡିଶା 

mahabharatanews