ଓଡିଶା

ଆଜି କଣ୍ଟାମାଳ ଦୁଇଟି ବୁଥରେ ସାନି ମତଦାନ

(କନ୍ଧମାଳ) : କନ୍ଧମାଳ ସଂସଦୀୟ କ୍ଷେତ୍ର କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଦୁଇଟି ବୁଥ ଆଜି ସାନି ମତଦାନ ହେଉଛି । ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ଦିନ ୪ଟା ପର୍ଯ୍ୟନ୍ତ ଚାଲିବ । କିରାସିରା ଓ ମହେଶ୍ୱରପିଣ୍ଡା ବୁଥରେ ଭୋଟ୍ ଦେଉଛନ୍ତି ଭୋଟର । କିରାସିରା ବୁଥରେ ରିଗିଂ ଅଭିଯୋଗ ହୋଇଥିଲା । ସେହିପରି ମହେଶ୍ୱରପିଣ୍ଡା ବୁଥ ଉତେଜନା ଲାଗି ମତଦାନ ବନ୍ଦ ରହିଥିଲା ।

ସୂଚନାନୁଯାୟୀ , ଉକ୍ତ ବୁଥ ଦ୍ବୟର ସମସ୍ତ ନିର୍ବାଚନ ଅଧ‌ିକାରୀ ତଥା ଏହା ବ୍ୟତୀତ ଭାରତ ନିର୍ବାଚନ ଆୟୋଗ ଶ୍ରୀ ଦିଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଡିଂ ଅଧିକାରୀ ରୂପେ ନିଯୁକ୍ତ କରିଛନ୍ତି । କଣ୍ଟାମାଳ ନିର୍ବାଚନମଣ୍ଡଳୀ ମହେଶ୍ୱର ପିଣ୍ଡା ବୁଥ୍ ନମ୍ବର- ୨୮ରେ ଭୋଟରଙ୍କୁ ଏକ ନିର୍ଦ୍ଧିଷ୍ଟ ଚିହ୍ନରେ ଭୋଟ ଦେବାକୁ କହିଥିବା ଅଭିଯୋଗ ହୋଇଥିଲା।

Related posts

ପରିବେଶକୁ ପ୍ଲାଷ୍ଟିକ ମୁକ୍ତ ରଖିବା ନେଇ ପୁରୁଣାକଟକ ବନ ବିଭାଗର ସଚେତନତା

mahabharatanews

ଅଟୋ ଓଲଟି ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ମୃତ

mahabharatanews

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ

mahabharatanews