ଓଡିଶା

ଆଜି ମହାପ୍ରଭୁଙ୍କର ପ୍ରଳମ୍ବାସୁରବଧ ବେଶ , ପ୍ରବଳ ଗହଳି 

(ପୁରୀ) : ଜନ୍ମାଷ୍ଟମୀ ପରଠାରୁ ଶ୍ରୀମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ବିଭିନ୍ନ ବେଶ । ଭଗବାନ କୃଷ୍ଣଙ୍କ ବିଭିନ୍ନ ବେଶ ନେଉଛନ୍ତି ମହାପ୍ରଭୁ । ଆଜି ହେବ ପ୍ରଳମ୍ବାସୁରବଧ ବେଶ । ଭାଦ୍ରବ କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀ ବଳଭଦ୍ରଙ୍କ ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କ ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭାପାଏ  । ଏହି ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

ସୂଚନାନୁଯାୟୀ , ଅସୁରର ସ୍କନ୍ଧ ଏବଂ ଭୁଜରେ ବଳଭଦ୍ର ବସିଥିବା ଭଳି ଦୃଶ୍ୟ ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ । ଦ୍ୱାପର ଯୁଗରେ ଯେତେବେଳେ ଭଗବାନ ଶ୍ରୀକୃଷ୍ଣ ବୃନ୍ଦାବନରେ ଗୋପାଳକ ମାନଙ୍କ ସହ ଖେଳୁଥିଲେ । ସେହି ସମୟରେ ଭଗବାନ ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ ପ୍ରଳମ୍ବାସୁର ନାମକ ଜଣେ ପ୍ରଚଣ୍ଡ ବଳର ଅଧିକାରୀ ଏକ ଦୈତ୍ୟକୁ କଂସ ପଠାଇଥିଲେ । ପ୍ରଳମ୍ବାସୁର ପ୍ରଭୁ ବଳଭଦ୍ରଙ୍କୁ ଆକ୍ରମଣ କରି ଉପରକୁ ଟେକି ନେଇଯିବା ସମୟରେ ସ୍ୱୟଂ ବଳଭଦ୍ର ମହାପ୍ରଭୁ ମୁଷ୍ଟିକା ଘାତ କରି ପ୍ରଳମ୍ବାସୁରକୁ ବିନାଶ କରିଥିଲେ ।

Related posts

ରାଜ୍ୟରେ ଦିନତମାମ୍‌ ବର୍ଷା ଜାରି; ଅରେଞ୍ଜ ୱାର୍ଣ୍ଣିଂ ଜାରି

mahabharatanews

ଛାତ୍ରୀଙ୍କୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍

mahabharatanews

ସୃଷ୍ଟି ହେଉଛି ଏକ ଲଘୁଚାପ 

mahabharatanews