(ଭୁବନେଶ୍ୱର) : ହସ୍ପିଟାଲରୁ ଡିସ୍ଚାର୍ଜ ହୋଇ ଘରକୁ ଫେରିଲେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ । ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିଲେ ।
ସୂଚନାନୁଯାୟୀ , ଶ୍ରୀ ଆଚାର୍ଯ୍ୟ ଗତ ମାର୍ଚ୍ଚ ୧୪ ତାରିଖରେ ବିଜେଡିର ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ଭୁବନେଶ୍ବରରୁ ବରଗଡ଼କୁ ଫେରୁଥିବାବେଳେ ରାତି ପ୍ରାୟ ୧୨ଟା ସମୟରେ ରେଢ଼ାଖୋଲ ଲୁହାପଙ୍କ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ଗାଡ଼ିରେ ଥିବା ତାଙ୍କ ପିଏସ୍ଓ ଗୁରୁତର ଆହତ ହୋଇଥିଲେ।
