ଓଡିଶା

ବଡ଼ ମେଡିକାଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

(ଚିଲିକା) : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଥିବାର ଖବର ମିଳିଛି। ଭୋର ୪ଟା ସମୟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅସୁସ୍ଥତା ହେତୁ ତାଙ୍କୁ ଖୋର୍ଦ୍ଧା ଜେଲରୁ ଅଣାଯାଇଥିବା ନେଇ ପ୍ରଶାନ୍ତ ଜଗଦେବଙ୍କ ଓକିଲ ସୂଚନା ଦେଇଛନ୍ତି। ମେଡିସିନ୍ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି।

ସୂଚନାନୁଯାୟୀ , ଅନ୍ୟପଟେ ପ୍ରଶାନ୍ତଙ୍କ ଗିରଫଦାରୀକୁ ନେଇ ବିଜେପି କର୍ମୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏହାକୁ ଖୋର୍ଦ୍ଧା ପୁଲିସର ଯୋଜନାବଦ୍ଧ ଷଡ଼ଯନ୍ତ୍ର ବୋଲି ବିଜେପି ନେତା ନିକୁଞ୍ଜ ପଟ୍ଟନାୟକ ଅଭିଯୋଗ ଆଣିଛନ୍ତି। ଖାଲି ସେତିକି ନୁହେଁ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଗତକାଲି ସିସିଟିଭି ଫୁଟେଜ୍ ଆଧାରରେ ପ୍ରଶାନ୍ତ ଜଗଦେବ ଇଭିଏମ୍ ଭାଙ୍ଗି ନଥିବା ଦର୍ଶାଇଛନ୍ତି। ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ମାରପିଟ୍, ଗଣ୍ଡଗୋଳ, ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଥିଲା।

Related posts

କଟକ ଓ କେନ୍ଦ୍ରାପଡାରେ ‘ଆମ ଓଡିଶା ନବୀନ ଓଡିଶା’ର ଶୁଭାରମ୍ଭ

mahabharatanews

ବସ-ଟ୍ରକ୍ ମୁହାଁମୁହିଁ ଧକ୍କା, ୨୦ରୁ ଉଦ୍ଧ୍ୱର୍ ଯାତ୍ରୀ ଆହତ

mahabharatanews

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ଆରମ୍ଭ

mahabharatanews