ପୁରୀ : ଚଳିତ ମାସ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ କାର୍ୟ୍ୟକ୍ରମ ରହିଛି । ଏହି ଗସ୍ତ କୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ କାର୍ୟ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଏଥିରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରତ୍ୟେକ ବିଭାଗ ନିଜ କାର୍ୟ୍ୟକୁ ସୁଚାରୁ ରୁପେ ସମ୍ପର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆଇନ ଶୃଙ୍ଖଳା ,ଟ୍ରାଫିକ ଓ ପାର୍କିଂ ବ୍ୟବସ୍ଥା, ପାନୀୟ ଜଳ, ବିଦ୍ୟୁତ ଯୋଗାଣ, ସ୍ୱାସ୍ଥ୍ୟ, ପରିମଳ,ପରିଷ୍କାର ପରିଛନ୍ନତା, ଅଗ୍ନିନିର୍ବାପକ ବ୍ୟବସ୍ଥା, ହେଲିପ୍ୟାଡ ବ୍ୟବସ୍ଥା ଇତ୍ୟାଦିକୁ ସୁନିୟନ୍ତିତ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ୟ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ଅତିରିକ୍ତ ଏସ ପି ଶ୍ରୀ ମିହିର ପ୍ରସାଦ ପଣ୍ଡା, ଉପଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ,ପୁରୀ ପୌରନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ୱାଇଁ, ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ଅଜିତ କୁମାର ମହାପାତ୍ର,ଡେପୁଟି କଲେକ୍ଟର ଶ୍ରୀ ରାକେଶ କୁମାର ପଣ୍ଡା ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
previous post