(ଭୁବନେଶ୍ୱର) : ଚାଲି ମାସ ୨୬ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ୨୬ ଏବଂ ୨୭ ତାରିଖରେ ଓଡ଼ିଶାରେ ରାଷ୍ଟ୍ରପତିଙ୍କର ଦୁଇଟି କାର୍ଯ୍ୟକ୍ରମ ରହିଛି । ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ଉଦଯାପନୀ ସମାରୋହ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଏହାସହ ନେତାଜୀ ମ୍ୟୁଜିୟମ ବୁଲି ଦେଖିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।
ସୂଚନାନୁଯାୟୀ , ସେହିପରି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବା ପାଇଁ ଜୁଲାଇ ୨୭ ତାରିଖରେ ଭଦ୍ରକ ଗସ୍ତରେ ଯିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି କଟକ ଓ ଭଦ୍ରକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏନେଇ କଟକ ଓ ଭଦ୍ରକ ପ୍ରଶାସନ ପକ୍ଷରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା ନେଇ ସୂଚନା ରହିଛି ।
