(ଭୁବନେଶ୍ୱର) : ଚଳିତ ମାସ ଜୁଲାଇ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଆସୁଛନ୍ତି । ନ୍ୟବର ରାଷ୍ଟ୍ରପତି ଜୁଲାଇ ୨୫ ତାରିଖରେ ରାଜ ଭବନ ଠାରେ ଓଡିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ(ପିଭିଟିଜି) ପ୍ରତିନିଧିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । ୨୬ ତାରିଖରେ କଟକର ଚଣ୍ଡି ମନ୍ଦିର, ଉତ୍କଳଗୌରବ ମଧୁସୁଦନ ଦାସଙ୍କ ବାସ ଭବନ ଏବଂ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ଏହି ଦିନ ମଧ୍ୟ କଟକ ଉଚ୍ଚ ନ୍ୟାୟାଳୟର ୭୫ ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ୍ ବିଶ୍ୱବିଦ୍ୟାଳୟ,କଟକର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଂଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକୋତ୍ସବ, ୨୭ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ।
ସୂଚନାନୁଯାୟୀ , ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ଣରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ ମାନ୍ୟବର ଭାରତର ରାଷ୍ଟ୍ରପତିଙ୍କ ଓଡିଶାରେ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ ।