ଓଡିଶା

ପାରାଦ୍ବୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

(ଭୁବନେଶ୍ୱର) : ଗତକାଲି ରାତିରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଲେ ରାଷ୍ଟ୍ରପତି । ଆଜି  ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ରାଜଭବନରେ ବିଶ୍ରାମ ନେବେ ମହାମହିମ ।

ସୂଚନାନୁଯାୟୀ , ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଲେ। ନିର୍ଦ୍ଧାରିତ ସମୟର ୨୦ ମିନିଟ୍ ର୍ପୂବରୁ ବିମାନ ବନ୍ଦରରେ ପହଞ୍ଚିଲେ ମହାମହିମ । ଚଳିତ ମାସରେ ଦ୍ବିତୀୟ ଥର ପାଇଁ ରାଷ୍ଟ୍ରପତି ଓଡ଼ିଶା ଆସିଛନ୍ତି । ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ପାରମ୍ପରିକ ନୃତ୍ୟ ଓ ବାଜାର ସହିତ ସ୍ବାଗତ କରାଯାଇଛି । ବିମାନମନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ରଘୁବର ଦାସ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ପୁଲିସ ଡିଜି ସୁନୀଲ ବଂଶଲ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

Related posts

ପାରଳାଖେମୁଣ୍ଡିର ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା

mahabharatanews

୧୨ ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ 

mahabharatanews

ପୁଣି ଏକା ଏକା ଡିମ୍ପଲ 

mahabharatanews