ଓଡିଶା

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

(ଭୁବନେଶ୍ୱର) :  ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ୨୬ ତାରିଖ ସନ୍ଧ୍ୟା ୬ଟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ମହାମହିମ । ଏହା ପରେ କଡ଼ା ସୁରକ୍ଷା ବଳୟରେ ରାଜଭବନ ଯିବେ । ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ୨୭ତାରିଖ ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପାରାଦୀପ ଯିବେ ।

ସୂଚନାନୁଯାୟୀ , ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିବେ । ପାରାଦୀପରୁ ଅପରାହ୍ନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେଠାରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯିବେ । ଏ ନେଇ ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ପୋଲିସ ପକ୍ଷରୁ କାରକେଡ୍ ରିହର୍ସାଲ କରାଯାଇଥିଲା ।

Related posts

ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଜୋନ କାଟାଗୋରୀ ଘୋଷଣା

mahabharatanews

ମାଲକାନଗିରି ଜିଲ୍ଲାରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ଅମୃତସର ସ୍ୱର୍ଣ୍ଣ ମନ୍ଦିରରେ ଟିକ୍ଟକ୍ ବ୍ୟାନ

mahabharatanews