(କଟକ) : ୩ଦିନିଆ ଓଡିଶା ଆସିଛନ୍ତି ମହାମହିମ ରାଷ୍ଟପତି । ଆଜି ପ୍ରଥମେ କଟକ ଚଣ୍ଡୀଙ୍କ ଦର୍ଶନ କରିବେ ମହାମହିମ । ଏହା ପରେ ମଧୁବାବୁଙ୍କ ବାସସ୍ଥାନ ପରିଦର୍ଶନ କରି ପୁଷ୍ପମାଲ୍ୟ ଅର୍ପଣ କରିବେ । ପରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟକୁ ଯିବେ । ଏହାପରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଓଡିଶା ହାଇକୋର୍ଟର ୭୫ ତମ ପ୍ରତିଷ୍ଠା ସମାରୋହର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତୀଥି ଭାବେ ଯୋଗ ଦେବେ । ପରେ ନୂଆକରି ପ୍ରତିଷ୍ଠା ହୋଇ ଥିବା ନ୍ୟାୟିକ ମ୍ୟୁଜିୟମ ପରିଦର୍ଶନ କରିବେ । ଏହା ପରେ ରାଷ୍ଟ୍ରପତି ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ । ଏହାପରେ କଟକ ଏସସିବିର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।
ସୂଚନାନୁଯାୟୀ , ଏହା ପରେ ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋ ଦାସବାଟିଆରେ ପ୍ରଜାପିତା ବ୍ରହ୍ମ କୁମାରୀର ଡିଭାଇନ ଲାଇଟ ହାଉସର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ସହିତ ବାଲିଆପଡ଼ାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ । ଓଡ଼ିଆ ସାଇନେଜ୍ ବୋର୍ଡ ପ୍ରଦର୍ଶିତ କରିବା ପାଇଁ ୧୪ଟି ପ୍ରତିଷ୍ଠାନଗୁଡ଼ିକୁ କାରଣ ଦର୍ଶାଅ ନୋଟିସ୍ ଭୁବନେଶ୍ୱର ଏୟାରପୋର୍ଟରୁ ରାଜଭବନ ଯିବା ସମୟରେ କାରକେଡ୍ ଅଟକାଇ ଗାଡ଼ିରୁ ଓହ୍ଲାଇ ପଡ଼ିଥିଲେ ମହାମହିମ । ଏl