(ଦିଲ୍ଲୀ) : ଗତକାଲି ମଙ୍ଗଳବାର ରାଷ୍ଟ୍ରପତି ଭବନଠାରେ ଅନୁଷ୍ଠିତ ଦ୍ବିଦିବସୀୟ ‘ଭିଜିଟର କନଫରେନ୍ସ-୨୦୨୩’ର ଉଦ୍ଘାଟନ ସମାରୋହରେ ପରାମର୍ଶ ଦେଇଛନ୍ତି ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ସମାରୋହରେ ଯୋଗଦେଇ ଆଗାମୀ ୨୫ ବର୍ଷ ଆମ ସମସ୍ତଙ୍କ ପାଇଁ ମହତ୍ତ୍ୱପୂର୍ଣ୍ଣ। ଆଗାମୀ ୨୫ରୁ ୩୦ ବର୍ଷ ମଧ୍ୟରେ ଭାରତ ବିଶ୍ୱଗୁରୁ ହେବାକୁ ଯାଉଛି କହିଛନ୍ତି ।
ସେ ଆହୁରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ରାଷ୍ଟ୍ରୀୟ ଶିକ୍ଷାନୀତିରେ ରୂପ ଦିଆଯାଇଛି। ଭାରତରେ ପ୍ରଥମ ଥର ପାଇଁ ୩ ବର୍ଷର ପିଲାଙ୍କୁ ସାଧାରଣ ଶିକ୍ଷାରେ ଯୋଡାଯାଇଛି। ବାଲବାଟିକା ୧, ୨, ୩ ଏବଂ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପାଠ୍ୟକ୍ରମ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହୋଇସାରିଛି। ନ୍ୟାସନାଲ କରିକୁଲମ ଫ୍ରେମ୍ଓ୍ୱାର୍କ ସାର୍ବଜନୀନ ହେବାକୁ ଯାଉଛି। ଆଗାମୀ ପ୍ରାୟ ଦୁଇ ବର୍ଷ ଭିତରେ ଦ୍ୱାଦଶ ପର୍ଯ୍ୟନ୍ତ ସେ ସବୁକୁ ପୁସ୍ତକରେ ରୂପାନ୍ତରିତ କରାଯିବ।