ଓଡିଶାରାଜନୀତି

ବାଙ୍ଗିରିପୋଶିରେ ୩ଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି

ମୟୁରଭଞ୍ଜ: ମୟୁରଭଞ୍ଜ ବାଙ୍ଗିରିପୋଶିରେ ୩ଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ରେଳ ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାଙ୍ଗିରିପୋଶୀ – ଗୋରୁମହିଷାଣୀ ବଡାମରା- ନ୍ୟୁ ଜାମଶୋଳା ରେଳ ଲାଇନ , ବାଦାମ ପାହାଡ – କେନ୍ଦୁଝର ଗଡ ରେଳ ପ୍ରକଳ୍ପର  ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି ।  ଏହାସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁରରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କାର‌୍ୟ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ। ଦିନ ୧୨ଟା ୧୫ରେ ବାଙ୍ଗରିପୋଷି ସଭାସ୍ଥଳରୁ ବାହାରି ବାୟୁସେନାର ହେଲିକ୍ୟାପ୍ଟର ଯୋଗେ ପଶ୍ଚିମବଙ୍ଗ କଲେଇକୁଣ୍ଡା ଏୟାରବେସରେ ପହଞ୍ଚି ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀକୁ ଯାତ୍ରା କରିବେ।

Related posts

୨୩ବର୍ଷ ପରେ ଶତାବ୍ଦୀର ପ୍ରଥମ ଧୂମକେତୁ ଖାଲି ଆଖିରେ ଦିଶୁଚି

mahabharatanews

ଅଲ୍ ଇଣ୍ଡିଆ ମୋଟର ଟ୍ରାନ୍ସପୋର୍ଟ କଂଗ୍ରେସର ସମ୍ବର୍ଧନା ସଭା ଅନୁଷ୍ଠିତ

mahabharatanews

୧୯ରୁ ବଦଳିବ ପାଗ 

mahabharatanews