ଓଡିଶା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ସ୍ୱାଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ବାହାରିବେ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭାବେ ତୃତୀୟ ଥର ପାଇଁ ପୁରୀ ଗସ୍ତରେ ଆସୁଛନ୍ତି । ତେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହ ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ଯିବେ । ଆସନ୍ତାକାଲି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ ରାଷ୍ଟ୍ରପତି ।
ଏକ ସ୍ୱତନ୍ତ୍ର କାରକେଡରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ସେଠାରୁ ଶରଧାବାଲି ଯାଇ ସାଧୁ ସମ୍ମିଳନୀରେ ଏକ ଘଣ୍ଟା ଧରି ସାମିଲ୍ ହେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସେହିଦିନ ନିର୍ବାଚନ ଥିବାରୁ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି ପୁରୀ ଜିଲ୍ଲା ପ୍ରଶାସନ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୨ ଶହ ପୋଲିସ ଅଧିକାରୀ ମୁତୟନ ରହିବେ । ସେପଟେ ଗୌଡିୟ ମଠ ପରିସରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।

Related posts

 ୩୦ ଲକ୍ଷ ଟଙ୍କା ସହ ଜଣେ ଅଟକ

mahabharatanews

ତାଜା ପଡ଼ି ବୋହୁ ମୃତ, ଶଶୁର ଗୁରୁତର

mahabharatanews

ପଞ୍ଚାୟତ ରାଜ ଦିବସକୁ ବିଜେପି ବିରୋଧ

mahabharatanews