ଓଡିଶା

ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ୭୫ ତମ ଜନ୍ମଦିନ । କରୋନା ପାଇଁ ରାଜ୍ୟବାସୀ ହଇରାଣ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ପୂର୍ବରୁ ଘୋଷଣା କରି ସାରିଛନ୍ତି । ଆଜି ଜନ୍ମଦିନ ଅବସରରେ ରାଷ୍ଟ୍ରପତି ରାମନାଥ କୋଭିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦି ନବୀନଙ୍କୁ ଫୋନ ଯୋଗେ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କ ଦୀର୍ଘ ଜୀବନ କାମନା କରିଛନ୍ତି । ସେହିପରି ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଫୋନ କରି ଜନ୍ମଦିନର ଶୁଭେଚ୍ଛା ଦେଇଛନ୍ତି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି । ଏହି ଅବସରରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ଅନ୍ୟ ଦଳୀୟ ନେତା ମଧ୍ୟ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ।

Related posts

ଆରଡି ମେଡିକାଲ ଛାତରୁ ଖସିଲା ପ୍ଳାଷ୍ଟର ଖଣ୍ଡ; ଅଳ୍ପକେ ବର୍ତ୍ତିଗଲେ ରୋଗୀ

mahabharatanews

ମହାନଦୀରେ କମୁଛି ଜଳସ୍ତର ,ନାହିଁ ବିପଦ

mahabharatanews

ବିଜିଗୋଳରେ ଅଷ୍ଟପ୍ରହର ନାମ ସଂକୀର୍ତ୍ତନ ଉଦ୍ ଯାପିତ

mahabharatanews