ଓଡିଶା

ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି

(ଭୁବନେଶ୍ୱର) :  ୨୦ରୁ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୦ ତାରିଖରେ ମୟୂରଭଞ୍ଜ ଜିଲ୍ଲା କୁଳିଅଣାଠାରେ ଏକ ଏକଲବ୍ୟ ମଡେଲ୍‌ ଆବାସିକ ବିଦ୍ୟାଳୟର ଉଦ୍‌ଘାଟନ କରିବେ। କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡ଼ୁ ଏହି ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ , ଏହା ପରେ ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ରାଷ୍ଟ୍ରପତି। ୨୧ ତାରିଖ ମଧ୍ୟାହ୍ନରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସମ୍ବଲପୁର ପହଞ୍ଚି ଅଶୋକ ନିବାସରେ ଅବସ୍ଥାନ କରି‌ବେ। ଅପରାହ୍‌ଣ ୪ଟା ୧୫ରେ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ୍‌)ର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସମାବର୍ତ୍ତନ ଉତ୍ସବରେ କୁଳାଧିପତି ତଥା ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୨୨ ତାରିଖ ସକାଳ ୯ଟାରେ ଶାସନ କିଲାସମା ପାଖ ପାବନ ସରୋବରରେ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଦ୍ବାରା ଆୟୋଜିତ ଏକ ସ୍ବତନ୍ତ୍ର ସମାବେଶରେ ସାମିଲ ହେବେ।

Related posts

ଚାଲିଛି ଶ୍ରୀଜିଉଙ୍କ ଗୋପନ ଉପଚାର ,ଦିଆଗଲା ପଥି ଭୋଗ 

mahabharatanews

ଅଷ୍ଟମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

mahabharatanews

ବଡଦିନ: ବଲିଉଡ ସିଙ୍ଗର ହର୍ଶଦୀପ କଉରଙ୍କ ପକ୍ଷରୁ ଷ୍ଟାର ନାଇଟ

mahabharatanews